ଚିତ୍ରକୋଣ୍ଡାରେ ଆଦିବାସୀଙ୍କୁ ପୁଲିସର ମାଡ଼: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଂଚଳରେ ଏକ ଗାଁକୁ ଯାଇ ନିରୀହ ଆଦିବାସୀଙ୍କୁ ପୁଲିସ ଏସଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାର କ୍ରାଇମବ୍ରାଂଚ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ଏହି ସୂଚନା ଦେଇଛନ୍ତି । ଆଜି ଶୂନ୍ୟକାଳରେ ବିରୋଧୀ କଂଗ୍ରେସ ଓ ବିଜେପି ସଦସ୍ୟମାନେ ପୁଲିସର ଏଭଳି କାର୍ଯ୍ୟକୁ କଡ଼ା ଭାଷାରେ ନିନ୍ଦା କରିବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବି […]

Minister Tusarkanti Behera

Minister Tusarkanti Behera

Ordigital Desk
  • Published: Wednesday, 13 July 2022
  • Updated: 13 July 2022, 06:07 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଂଚଳରେ ଏକ ଗାଁକୁ ଯାଇ ନିରୀହ ଆଦିବାସୀଙ୍କୁ ପୁଲିସ ଏସଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାର କ୍ରାଇମବ୍ରାଂଚ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ଏହି ସୂଚନା ଦେଇଛନ୍ତି ।

ଆଜି ଶୂନ୍ୟକାଳରେ ବିରୋଧୀ କଂଗ୍ରେସ ଓ ବିଜେପି ସଦସ୍ୟମାନେ ପୁଲିସର ଏଭଳି କାର୍ଯ୍ୟକୁ କଡ଼ା ଭାଷାରେ ନିନ୍ଦା କରିବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବି କରି ଗୃହରେ ହଟ୍ଟଗୋଳ କରିଥିଲେ । ଏପରିକି ଗୃହରେ ଅଚଳାବସ୍ଥା ଲାଗି ରହିବାରୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏହି ଘଟଣାରେ ବିବୃତ୍ତି ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜି ଶୂନ୍ୟକାଳରେ କଂଗ୍ରେସର ବରିଷ୍ଠ ବିଧାୟକ ସନ୍ତୋଷ ସିଂ ସାଲୁଜା ପ୍ରଥମେ ଏହି ଘଟଣା ଉଠାଇ ଗୃହର ଦୃଷ୍ଟି ଆକର୍ଷଣ କରିଥିଲେ ।

ଆଜି ଗୃହ କାର୍ଯ୍ୟ ଶେଷ ହେବା ପୂର୍ବରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବିଧାନସଭାରେ ବିବୃତ୍ତି ରଖିବାକୁ ବାଚସ୍ପତି ନିର୍ଦ୍ଦେଶ ଦେବା ପରେ ମଧ୍ୟ ବିଧାନସଭା ସ୍ୱାଭାବିକ ହୋଇପାରିନଥିଲା । ଆଜି ଦ୍ୱିତୀୟାର୍ଦ୍ଧରେ ଗୃହରେ ଅଚଳାବସ୍ଥା ଲାଗି ରହିବା ପରେ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବେହେରା ଉକ୍ତ ଘଟଣାର କ୍ରାଇମବ୍ରାଂଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ବୋଲି ଘୋଷଣା କରିଛନ୍ତି । ଏହି ଘଟଣାର ତଦନ୍ତ କ୍ରାଇମବ୍ରାଂଚ ଆଇଜି କରିବେ ବୋଲି କହିଛନ୍ତି ।

ଉଲ୍ଲେଖଯୋଗ୍ୟ, ସ୍ଥାନୀୟ ପୁଲିସ ଏସଡିପିଓ ଶ୍ରୀ ଦ୍ୱିବେଦୀ ମଦ ପିଇ ଜୁନ୍ ୫ତାରିଖ ରାତି ୨ଟାରେ ଚିତ୍ରକୋଣ୍ଡା ଅଂଚଳର ଏକ ଗାଁକୁ ଯାଇ ନିରୀହ ଆଦିବାସୀ ମହିଳାଙ୍କୁ ମାଡ଼ ମାରିଥିବା ନେଇ କଂଗ୍ରେସ ପକ୍ଷରୁ ଶୂନ୍ୟକାଳରେ ଅଭିଯୋଗ କରାଯାଇଥିଲା । ବିନା ମହିଳା ପୁଲିସରେ ଉକ୍ତ ଏସଡିପିଓ ଶ୍ରୀ ଦ୍ୱିବେଦୀ ମହିଳା ଓ ନାବାଳିକାଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଉଭୟ କଂଗ୍ରେସ ଓ ବିଜେପି ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ଏହି ଘଟଣାକୁ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ମଧ୍ୟ ନିନ୍ଦା କରିବା ସହ ଯିଏ ଦୋଷୀ ତା’ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story