Advertisment

୨ ଦିନିଆ ରିମାଣ୍ଡରେ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି। ତାଙ୍କୁ ଝାରପଡ଼ା ଜେଲରୁ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟକୁ ନିଆଯାଇଛି। ସେଠାରେ ଆକାଶ ପାଠକ ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ବସାଇ ମୁହାଁମୁହିଁ ଜେରା କରିବ କ୍ରାଇମବ୍ରାଞ୍ଚ। ଟାଟା ନାଁରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ସହ ଠକେଇ କରିଥିବା ତାଙ୍କ ନାମରେ ଅଭିଯୋଗ ରହିଛି। ଗତ ୪ ତାରିଖ ସନ୍ଧ୍ୟା ବେଳେ ପ୍ରଦୀପଙ୍କୁ […]

ଅଦ୍ୟତନ ହୋଇଛି
୨ ଦିନିଆ ରିମାଣ୍ଡରେ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

pradeep-panigrahi-1

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି। ତାଙ୍କୁ ଝାରପଡ଼ା ଜେଲରୁ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟକୁ ନିଆଯାଇଛି। ସେଠାରେ ଆକାଶ ପାଠକ ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ବସାଇ ମୁହାଁମୁହିଁ ଜେରା କରିବ କ୍ରାଇମବ୍ରାଞ୍ଚ। ଟାଟା ନାଁରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ସହ ଠକେଇ କରିଥିବା ତାଙ୍କ ନାମରେ ଅଭିଯୋଗ ରହିଛି।

Advertisment

ଗତ ୪ ତାରିଖ ସନ୍ଧ୍ୟା ବେଳେ ପ୍ରଦୀପଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି,  IT ଆକ୍ଟ ୨୦୦୦ର ଦଫା ୬୬C ଓ Dରେ ମାମଲା ରୁଜୁ କରିଥିଲା କ୍ରାଇମବ୍ରାଞ୍ଚ। ଟାଟା କମ୍ପାନୀରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ଅଭିଯୋଗ ଆସିଥିଲା। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏବେ ପ୍ରଦୀପ ଝାରପଡ଼ା ଜେଲ୍‌ରେ ରହିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe