ରାଉରକେଲା(ଓଡ଼ିଶା ରିପୋର୍ଟର):ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣା ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଘଟଣାର ଖୋଳତାଡ଼ କରିବା ପାଇଁ ସୁନ୍ଦରଗଡ଼ରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ଏହି ଘଟଣାରେ ସମ୍ପୃକ୍ତ ବହିଷ୍କୃତ ଥାନା ଅଧିକାରୀ ଓ ଡାକ୍ତରଙ୍କୁ ମଧ୍ୟ ଜେରା କରିବ କ୍ରାଇମବ୍ରାଞ୍ଚ ।
ନାବଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନା ଅଧିକାରୀଙ୍କୁ ପୂର୍ବୁର ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଟିମ୍ । କାର୍ଯ୍ୟରେ ଅବହେଳା ଓ ବେଆଇନ କାମ ଯୋଗୁଁ ଅଭିଯୁକ୍ତ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଡିଜିପି ପୂର୍ବରୁ ଚାକିରିରୁ ବହିଷ୍କାର କରିଥିଲେ ।
ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଓ ତା’ର ଗର୍ଭପାତ କରାଇବା ନେଇ ଆନନ୍ଦ ମାଝୀଙ୍କ ନାଁରେ ଅଭିଯୋଗ ହୋଇଥିଲା। ଅସହାୟ ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।