ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର କଣ୍ଡିରା ଗାଁରେ କୁମ୍ଭୀର ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଯୁବକ ଜଣକ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p> <p>ପାଟଶାଳା ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ଯୁବକଙ୍କୁ ପାଣି ଭିତରକୁ କୁମ୍ଭୀର ଟାଣି ନେଇଥିଲା। କୌଣସି ପ୍ରକାରେ ଯୁବକ ଜଣକ କୁମ୍ଭୀର ନିକଟରୁ ଖସି ଆସିଥିଲେ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।