ଛୁଟିରେ ଆସିଥିବା ସିଆର୍‌ପିଏଫ୍ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ

ଯାଜପୁର(ଗୁଲାମ୍‌ ଗସ୍‌): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ନାଳକୁଳ ଗାଁରେ ଜଣେ ସିଆରପିଏଫ୍ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯବାନ ହେଲେ ସୌମ୍ୟରଞ୍ଜନ ପରିଡ଼ା। ଏହି ଘଟଣାକୁ ନେଇ ଆଜି ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ହତ୍ୟାକାରୀକୁ ଗିରଫ ଦାବିରେ ଗାଁ ଲୋକେ ମୃତଦେହ ରଖି ବରୁଆଁ- ବାଲିଚନ୍ଦ୍ରପୁର ରାସ୍ତାକୁ ଅବରୋଧ କରିଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ […]

jawan

jawan

Jitendra Garnayak
  • Published: Tuesday, 29 January 2019
  • Updated: 29 January 2019, 01:01 PM IST

ଯାଜପୁର(ଗୁଲାମ୍‌ ଗସ୍‌): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ନାଳକୁଳ ଗାଁରେ ଜଣେ ସିଆରପିଏଫ୍ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯବାନ ହେଲେ ସୌମ୍ୟରଞ୍ଜନ ପରିଡ଼ା।

deadbodyଏହି ଘଟଣାକୁ ନେଇ ଆଜି ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ହତ୍ୟାକାରୀକୁ ଗିରଫ ଦାବିରେ ଗାଁ ଲୋକେ ମୃତଦେହ ରଖି ବରୁଆଁ- ବାଲିଚନ୍ଦ୍ରପୁର ରାସ୍ତାକୁ ଅବରୋଧ କରିଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

ସୌମ୍ୟରଞ୍ଜନ ୩ ମାସ ହେବ ଛୁଟିରେ ଘରକୁ ଆସିଥିଲେ। ୨୭ ତାରିଖ ସନ୍ଧ୍ୟାରେ ସାଙ୍ଗମାନଙ୍କ ସହିତ ଏକ ବିବାହ ଭୋଜିକୁ ଯାଇଥିଲେ। ହେଲେ ବିଳମ୍ବିତ ରାତିରେ କେହି ତାଙ୍କୁ ଘର ସମ୍ମୁଖରେ ମୁମୂର୍ଷୁ ଅବସ୍ଥାରେ ଛାଡି ଦେଇ ଚାଲି ଯାଇଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ ଯାଜପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସୌମ୍ୟରଞ୍ଜନଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଗତକାଲି ଥାନାରେ ଅଭିଯୋଗ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos