ମାଲକାନାଗିରି(ଜିତେନ୍ଦ୍ର ବେଉରା): ରାଜ୍ୟରେ ଦିନକୁ ଦିନ ମାଓବାଦି ହିଂସା ବଢ଼ିବାକୁ ଲାଗିଲାବେଳେ ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓହିଂସା ଦେଖାଦେଇଛି। ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ସହିଦ ହୋଇଛନ୍ତି।
ଘଟଣାରେ ଆଉ ଜଣେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଯବାନମାନେ ୨୦୬ କୋବ୍ରା ବାଟାଲିୟନରେ କାର୍ଯ୍ୟ କରୁଥିଲେ। ଆଜି ସକାଳେ ଛତିଶଗଡ଼ର ପୁଶୱାଡ଼ାରେ ସୁରକ୍ଷାକର୍ମୀମାନେ ପାଟ୍ରୋଲିଂରେ ଯାଉଥିଲେ। ଏହି ସମୟରେ ମାଓବାଦୀ ସେମାନଙ୍କୁ ଟାର୍ଗେଟ କରି ଆଇଇଡି ବିସ୍ଫୋରଣ କରିଥିଲେ। ଯେଉଁଥିରେ କି ସିଆରପିଏଫ୍ ଯବାନ ଜଣକ ସହିଦ ହୋଇଛନ୍ତି।
ସୂଚନାଯୋଗ୍ୟ, ନିକଟରେ ରାୟଗଡ଼ାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଡିଭିଏଫ୍ ଯବାନ ସଞ୍ଜୟ ମାଝି ସହିଦ୍ ହୋଇଥିଲେ। କମ୍ବିଂ ଅପରେସନ୍ ବେଳେ ନିୟମଗିରି ପାଦ ଦେଶରେ ଥିବା ସକଟା ଗାଁ ନିକଟରେ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସେ ପ୍ରାଣ ହରାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।