ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୭ ତାରିଖରେ ହେବାକୁ ଥିବା ଅନ୍ଲାଇନ୍ CT/B.ED ପ୍ରବେଶିକା ପରୀକ୍ଷା ୧୬ ତାରିଖରେ ହେବ। ପ୍ରସ୍ତାବିତ ୨୪ ଘଣ୍ଟିଆ ରାଜ୍ୟବ୍ୟାପୀ ପରିବହନ ଧର୍ମଘଟ ପାଇଁ ଏହି ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ତେବେ ୭ ତାରିଖ ବ୍ୟତୀତ ଅନ୍ୟାନ୍ୟ ପରୀକ୍ଷା ନିର୍ଦ୍ଧାତ ସୂଚୀ ଅନୁସାରେ ହେବ। ଏନେଇ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ/ଶିକ୍ଷା ଓ ଗବେଷଣା ପରିଷଦ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
ତେବେ ଅଗଷ୍ଟ ୮ରୁ ୧୪ ତାରିଖ ମଧ୍ୟରେ ହେବାକୁ ଥିବା ପରୀକ୍ଷାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ।
ସୂଚନାରୁ ପ୍ରକାଶ, ରାଜ୍ୟର ୧୫ଟି ଜିଲ୍ଲାର ୪୯ଟି ବୈଷୟିକ ଅନୁଷ୍ଠାନରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଦ୍ୱାରା ପରିଚାଳିତ ସମସ୍ତ ଶିକ୍ଷକ ଶିକ୍ଷା ଅନୁଷ୍ଠାନମାନଙ୍କରେ ନାମଲେଖା ପାଇଁ ଅନ୍ଲାଇନ୍ ପ୍ରବେଶିକା ପରୀକ୍ଷା ଅଗଷ୍ଟ ୭ ତାରିଖଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।