ପୁରୀ(ଓଡ଼ିଶା ରିପୋର୍ଟର): ଅନ୍ତିମ ପର୍ବ ନିଳାଦ୍ରୀ ବିଜେ ସହ କରୋନା କଟକଣାରେ ଶେଷ ହୋଇଛି ଚଳିତ ବର୍ଷର ଘୋଷଯାତ୍ରା। ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀ ଓ ବଡ଼ଦାଣ୍ଡରେ ଲୀଳାଖେଳା ସାରି ନୀଳକନ୍ଦରକୁ ବାହୁଡିଲେ ଶ୍ରୀଜିଉ। ଏହି ଅନ୍ତିମ ପର୍ବ ସହ ରତ୍ନ ସିଂହାସନରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂରତି।
ଆଜି ସାନ୍ଧ୍ୟାରେ ବିଜେ କାହାଳୀ ବାଜିବା ପରେ ପ୍ରଥମେ ରଥ ଉପରୁ ରତ୍ନବେଦୀ ଅଭିମୁଖେ ଯାଇଥିଲେ ସୁଦର୍ଶନ। ଏହାପରେ ଦେବୀ ସୁଭଦ୍ରା ଓ ପରେ ବଡ଼ଠାକୁର ବଳଭଦ୍ର ପହଣ୍ଡିରେ ରତ୍ନବେଦୀକୁ ବାହୁଡ଼ିଥିଲେ। ଶେଷରେ କାଳିଆ ସାଆନ୍ତ ଶ୍ରୀଜଗନ୍ନାଥ ରତ୍ନବେଦୀକୁ ବିରାଜମାନ କରିଥିଲେ। ଘୋଷଯାତ୍ରାର ଅନ୍ତ ପରେ ଆସନ୍ତାକାଲିଠାରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ସାଧାରଣ ଦୈନନ୍ଦିନ ନୀତିକାନ୍ତି। ସେହିପରି କାଲିଠାରୁ ଶ୍ରୀମନ୍ଦିରରେ ମିଳିବ ନୀଳାଚଳ ଅବଢା।
https://twitter.com/JagannathaDhaam/status/1418611927262011395?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।