ଡେଙ୍ଗୁ ନେଲା ଆଉ ଏକ ଜୀବନ

କଟକ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଅନୁଗୋଳ ଜିଲ୍ଲାର ଜଣେ ରୋଗୀଙ୍କ ଗତକାଲି ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଟୁନା ନାଏକ। ଟୁନାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍‌ପିଟାଲରୁ କଟକ ବଡ଼ମେଡିକାଲକୁ ଅଣାଯାଇଥିଲା। ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ଗତକାଲି ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏବେ ବି ବଡ଼ ମେଡିକାଲରେ ୫୪ ଡେଙ୍ଗୁ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା […]

ctc

Rakesh Mallick
  • Published: Monday, 11 July 2016
  • , Updated: 11 July 2016, 10:24 AM IST

କଟକ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଅନୁଗୋଳ ଜିଲ୍ଲାର ଜଣେ ରୋଗୀଙ୍କ ଗତକାଲି ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଟୁନା ନାଏକ। ଟୁନାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍‌ପିଟାଲରୁ କଟକ ବଡ଼ମେଡିକାଲକୁ ଅଣାଯାଇଥିଲା। ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ଗତକାଲି ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଏବେ ବି ବଡ଼ ମେଡିକାଲରେ ୫୪ ଡେଙ୍ଗୁ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଗତ ଶୁକ୍ରବାର କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଜଣେ ଡେଙ୍ଗୁ ରୋଗୀଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା। ଏହାପୂର୍ବରୁ ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମଧ୍ୟ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା।

କେନ୍ଦୁଝର ଜିଲ୍ଲାରେ ଡେଙ୍ଗୁ ସ୍ଥିତି ଗମ୍ଭୀର ଥିବାରୁ ବଡ଼ବିଲ ପୌରାଞ୍ଚଳରେ ୩ ଦିନ ପାଇଁ ସମସ୍ତ ସ୍କୁଲ ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Related story