କଟକ: କଟକ ଜିଲା ବୟାଳିଶ ମୌଜା ଫାଣ୍ଡି ଅଞ୍ଚଳରେ ଏକ ସ୍କୁଲ ଘରୁ ପାଲ ଚୋରି କରିଥିବା ସନ୍ଦେହରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ହେଲେ ବୟାଳିଶ ମୌଜା ଦହି ଗାଁର ବଂଶୀଧର ଭାଇ (୭୦)। ମୃତ ବଂଶୀଧରଙ୍କ ପୁଅ ଶଙ୍କରଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଛି। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୋଲିସ ୫ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଗତ ୨ ତାରିଖରେ ସ୍ଥାନୀୟ ସ୍କୁଲ ଘରୁ ପାଲ ଚୋରି ହୋଇଥିଲା। ଏହି ଚୋରିରେ ବଂଶୀଧର ସମ୍ପୃକ୍ତ ଥିବା ଗ୍ରାମର କିଛି ଯୁବକ ସନ୍ଦେହ କରୁଥିଲେ । ସେମାନେ ବଂଶୀଧରଙ୍କୁ ଡାକି ଚୋରି ସମ୍ପର୍କରେ ପଚାରିବା ସହ ମାଡ ମାରିଥିଲେ । ଫଳରେ ସେ ଗୁରୁତର ହୋଇପଡି ମୃତ୍ୟୁବରଣ କରିଥିବା ଶଙ୍କର ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।