Advertisment

ଆଜି କଟକ ଆସିବେ ମମତା ବାନାର୍ଜୀ, ଆହତଙ୍କୁ ଭେଟିବେ

ପଶ୍ଚିମବଙ୍ଗର ଯେଉଁ ଯାତ୍ରୀଙ୍କ ମୃତ୍ୟୁ ହୋଇଛି, ଗତକାଲି ହାୱାଡ଼ାରେ ସେମାନଙ୍କର ମୃତଦେହ ପହଞ୍ଚିବା ପରେ ଶେଷ ଦର୍ଶନ କରିଥିଲେ ମମତା ବାନାର୍ଜୀ।

Mamata Banerjee

Mamata Banerjee

Advertisment

ଆଜି କଟକ ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପଶ୍ଚିମବଙ୍ଗର ଯେଉଁ ଆହତ ଯାତ୍ରୀମାନେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି, ସେମାନଙ୍କୁ ମମତା ଭେଟିବେ। ଏହାସହ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବେ। ମମତା ବାନାର୍ଜୀଙ୍କ ସହିତ ଏକ ଟିମ୍ ବି ମଧ୍ୟ ଆସିବ। ସେହି ଟିମ୍ ଭୁବନେଶ୍ୱରକୁ ଯାଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଥିବା ଆହତଙ୍କ ଚିକିତ୍ସାର ଅନୁଧ୍ୟାନ କରିବ।

Advertisment

ପଶ୍ଚିମବଙ୍ଗର ଯେଉଁ ଯାତ୍ରୀଙ୍କ ମୃତ୍ୟୁ ହୋଇଛି, ଗତକାଲି ହାୱାଡ଼ାରେ ସେମାନଙ୍କର ମୃତଦେହ ପହଞ୍ଚିବା ପରେ ଶେଷ ଦର୍ଶନ କରିଥିଲେ ମମତା ବାନାର୍ଜୀ। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହିତ ମୃତକଙ୍କ ପରିବାରକୁ ୫ ଲକ୍ଷ, ଆହତଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଓ ସାମାନ୍ୟ ଆହତଙ୍କୁ ୫୦ ଓ ୨୫ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆହତ ନହୋଇଥିଲେ ମଧ୍ୟ ମାନସିକ ଆଘାତ ପାଇଥିବା ଯାତ୍ରୀଙ୍କୁ ୧୦ ହଜାର ଟଙ୍କା ଲେଖାଏ ଦିଆଯିବ। ବୋଲି ମମତା କହିଥିଲେ। ଏହା ସହିତ ମୃତକଙ୍କ ପରିବାରର ଜଣକୁ ହୋମଗାର୍ଡ ଭାବେ ଚାକିରି ଦେବାକୁ ଘୋଷଣା କରିଛନ୍ତି ମମତା ବାନାର୍ଜୀ। ସେହିପରି ସମସ୍ତ ମୃତାହତଙ୍କ ପରିବାରକୁ ମାଗଣା ରାସନ ଦିଆଯିବ ବୋଲି ଦିଦି କହିଛନ୍ତି।

ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ବାହାନଗାରେ ଟ୍ରେନ ଦୁର୍ଘଟଣା ଘଟିବା ପରେ ଶନିବାର ମମତା ବାନାର୍ଜୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଥିଲେ। କାରଣ ମୃତାହତଙ୍କ ମଧ୍ୟରେ ଅଧିକାଂଶ ପଶ୍ଚିମବଙ୍ଗର ଲୋକ ବୋଲି ଜଣାପଡ଼ିଥିଲା।

Advertisment
Mamata Banerjee Cuttack Train Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe