Bahanaga Train Accident
Advertisment
ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି।
Advertisment
ଏହି ମୃତକଙ୍କ ନାଁ ପଲ୍ଟୁ ନାସକାର। ତାଙ୍କ ଘର କୋଲକାତାରେ। ସେ କଟକରେ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ଏସ୍ସିବିର ସେଣ୍ଟ୍ରାଲ ଆଇସିୟୁରେ ରଖାଯାଇଥିଲା।
ଏହି ଟ୍ରେନ୍ ଦୁର୍ଘଟଣାରେ ଘଟଣାସ୍ଥଳରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ଏହି ଚାରି ଜଣ ଏସ୍ସିବିରେ ଭର୍ତ୍ତି ହୋଇଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1685945183.jpg)