କଟକ (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଥିବାରୁ କଟକ ସହରକୁ ଶଟ୍ଡାଉନ୍ ଘୋଷଣା କରାଯାଇଛି। କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି। ଏହି ନିର୍ଦ୍ଦେଶ ଅନୁଯାୟୀ, ଆଜିଠାରୁ ୮ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ପୂରା କଟକ ମହାନଗର ନିଗମ ଅଞ୍ଚଳକୁ ଶଟ୍ଡାଉନ୍ ଘୋଷଣା କରାଯାଇଛି। ଦୁଇଦିନିଆ ସପ୍ତାହାନ୍ତ (ଶନିବାର ଓ ରବିବାର) ଶଟ୍ଡାଉନ୍ ପରେ ଏହି ନିର୍ଦ୍ଦେଶ କାର୍ଯ୍ୟକ୍ଷମ ହେବ।
ଶଟଡାଉନ୍ ସମୟରେ କୌଣସି ଅଣଅତ୍ୟାବଶ୍ୟକ ପରିବହନକୁ ଅନୁମତି ମିଳିବନି। ସମସ୍ତ ଅଣଅତ୍ୟାବଶ୍ୟକ ଦୋକାନ ସଂପୂର୍ଣ୍ଣ ବନ୍ଦ ରହିବ। ଗ୍ରୋସରୀ, ପରିବା, କ୍ଷୀର ଦୋକାନ ଖୋଲିବାକୁ ସର୍ତ୍ତମୂଳକ ଅନୁମତି ମିଳିଛି। ସକାଳ ୫ଟାରୁ ସନ୍ଧ୍ୟା ୬ଟା ଯାଏ ଗ୍ରୋସରୀ, ପରିବା, କ୍ଷୀର ଦୋକାନ। ଔଷଧ ଦୋକାନ ନିୟମିତ ଖୋଲିବ। ଶଟଡାଉନ୍ ସମୟରେ ଅନଲାଇନ ଡେଲିଭରି ଚାଲୁ ରହିବ। ବିଦ୍ୟୁତ୍ ଓ ଜଳ ଯୋଗାଣ ସ୍ୱାଭାବିକ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି। ଏ
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।