Advertisment

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା, ଘଣ୍ଟାଏ ପୂର୍ବରୁ ପହଞ୍ଚିବ ପ୍ରଶ୍ନପତ୍ର

ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ର ଲିକ୍‌ ରୋକିବା ପାଇଁ ବୋର୍ଡ଼ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଯେଉଁଦିନ ଯେଉଁ ପରୀକ୍ଷା ସେହିଦିନ ସେହି ପ୍ରଶ୍ନପତ୍ର ସକାଳୁ ଯିବ।

author-image
Tapaswini Nayak
ଅଦ୍ୟତନ ହୋଇଛି
Exam

Exam

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। କାଲିଠାରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ବୋର୍ଡ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷ ହେବ। ପ୍ରଥମ ଦିନରେ ପିଲାମାନେ ଘଣ୍ଟାଏ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ଯିବା ବେଳେ ସାଙ୍ଗରେ ଆଡମାଟ୍‌ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍‌ସିଲ୍ ଜେମେଟ୍ରିବକ୍ସ ବକ୍ସ ନେଇଯିବେ। ଅନ୍ୟ ଜିନିଷ ପରୀକ୍ଷାକେନ୍ଦ୍ରକୁ ପିଲାମାନେ ନେଇ ଯାଇପାରିବେ ନାହିଁ। ଏହାସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ମୋବାଇଲ ସ୍ୱିଚ୍‌ ଅଫ୍‌ ମୋଡରେ ନିର୍ଦ୍ଦିଷ୍ଟ ସ୍ଥାନରେ ରହିବ।

ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ର ଲିକ୍‌ ରୋକିବା ପାଇଁ ବୋର୍ଡ଼ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଯେଉଁଦିନ ଯେଉଁ ପରୀକ୍ଷା ସେହିଦିନ ସେହି ପ୍ରଶ୍ନପତ୍ର ସକାଳୁ ଯିବ। ପୁଲିସ ଏସ୍କର୍ଟରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ। ସକାଳ ୬ରୁ ୭ଟା ଭିତରେ ହିଁ ପ୍ରଶ୍ନପତ୍ର ସେଣ୍ଟରରେ ପହଞ୍ଚିବ।

Advertisment

ମାଟ୍ରିକ ପରୀକ୍ଷା ସହ ମଧ୍ୟମା ଓ ଓପନ ସ୍କୁଲର ପରୀକ୍ଷା ମଧ୍ୟ ଆସନ୍ତାକାଲି ସେହି ସମୟ ମଧ୍ୟରେ କରାଯିବ। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ହାଇସ୍କୁଲ ସାଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲଫ କରିଥିବା ବେଳେ ୩୨୧୮ଟି କେନ୍ଦ୍ରରେ ହେବ ପରୀକ୍ଷା। ଏଥିପାଇଁ ୩୧୬ ଟି ନୋଡାଲ ସେଣ୍ଟର କରିଛି ବୋର୍ଡ। ମାଓ ଅଧୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। କନ୍ଧମାଳରେ ୭ ଟି, କୋରାପୁଟରେ ୫ ଓ ମାଲକାନାଗିରିରେ ୧୦ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ତେବେ ସ୍କୁଲର ୧୦ କିମି ଭିତରେ ସବୁ ସେଣ୍ଟର କରାଯାଇଛି ବୋଲି ବୋର୍ଡ଼ ପକ୍ଷରୁ କୁହାଯାଇଛି।

ସେହିଭଳି ମଧମା ପାଇଁ ୨୯୧୪ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବ୍ୟବସ୍ଥା ହୋଇଛି। ଓପନ ସ୍କୁଲ ପରୀକ୍ଷାରେ ୭୧୮୧ ପରୀକ୍ଷାର୍ଥୀ ୧୪୬ଟି ସେଣ୍ଟରରେ ପରୀକ୍ଷା ଦେବେ। ସମେଟିଭ ୧ ରେ ପରୀକ୍ଷା କେନ୍ଦ୍ର ଯେଉଁଠି ଥିଲା ସମେଟିଭ ୨ ପରୀକ୍ଷା ସେହି କେନ୍ଦ୍ରରେ ହେବ।

Cuttack Matric Exam