image
କଟକ(ଓଡ଼ିଶା ରିପୋର୍ଟର): ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ । ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପାଇଁ ଅନଲାଇନରେ ମିଳିବ ଆଡମିଟ କାର୍ଡ । ସେହିପରି ମଧ୍ୟମା ଓ SOSC- ୨୦୨୨ ପାଇଁ ମଧ୍ୟ ଆଡମିଟ୍ କାର୍ଡ ମିଳିବ।
ପୂର୍ବାହ୍ନ ୧୦ଟାରୁ ଅନଲାଇନରେ ଉପଲବ୍ଧ ହେବ ଆଡମିଟ୍ କାର୍ଡ । ବୋର୍ଡ ୱେବସାଇଟ www.bseodisha.ac.inରୁ ଆଡମିଟ କାର୍ଡ ଡାଉନଲୋଡ କରିହେବ । ସ୍କୁଲ କୋଡ୍ ଓ ପାସୱାର୍ଡ ଜରିଆରେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ସ୍କୁଲ୍ କର୍ତ୍ତୃପକ୍ଷ ।
ପତ୍ର ବିନିମୟ ଓ ମଧ୍ୟମା ଛାତ୍ରଛାତ୍ରୀ ୱେବବସାଇଟରେ ନିଜ ନାମ ଓ ପିତାଙ୍କ ନାମ ପୂରଣ କରି ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ପରୀକ୍ଷା କେନ୍ଦ୍ରକୁ ଯିବା ପୂର୍ବରୁ ଡାଉନଲୋଡ ଆଡମିଟ କାର୍ଡରେ ଶିକ୍ଷାନୁଷ୍ଠାନର ମୁଖ୍ୟଙ୍କ ସ୍ୱାକ୍ଷରକୁ ବାଧ୍ୟତାମୂଳକ କରାଯାଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/04/image.jpg)