Advertisment

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ।

students

students

Advertisment

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ।

Advertisment

ପରିକ୍ଷାର୍ଥୀମାନେ www. bseodisha.ac.in ସାଇଟରେ ନିଜ ରେଜଲ୍ଟ ପାଇପାରିବେ। ଏହାବାଦ SMS ମାଧ୍ୟମରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ। OR10 ଲେଖି ସ୍ପେଶ ଦେବାପରେ ନିଜ ରୋଲ୍ ନମ୍ବରକୁ ଟାଇପ କରି 5676750 ନମ୍ବରକୁ ପଠାଇ ସେମାନେ ରେଜଲ୍ଟ ଜାଣିପାରିବେ।

ପରୀକ୍ଷା ଫଳକୁ ନେଇ ଯଦି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ୦୬୭୧-୨୪୧୫୪୬୦ ଜାରି କରାଯାଇଛି।

Advertisment

ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ପିଲା ମାଟ୍ରିକ ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ପରୀକ୍ଷା ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଥିଲା । ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଖାତା ଦେଖାରେ ନିୟୋଜିତ ହୋଇଥିଲେ। ଆଜି ଷ୍ଟେଟ୍ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ।

Matric Result Odisha Matric Result
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe