Advertisment

୮୦ଟି କେନ୍ଦ୍ରରେ ହେବ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

ଜୁଲାଇ ୩ରୁ ୮ ତାରିଖ ଯାଏଁ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା।

ଅଦ୍ୟତନ ହୋଇଛି
board of secondary education odisha

board of secondary education odisha

Advertisment

ଜୁଲାଇ ୩ରୁ ୮ ତାରିଖ ଯାଏଁ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ମୋଟ ୮୦ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବା ନିମନ୍ତେ ଆବଶ୍ୟକ ଆଡମିଟ୍ କାର୍ଡ www.bseodisha.ac.inରୁ ପାଇପାରିବେ। ଏନେ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

ଚଳିତ ବର୍ଷ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୧୩୧୧ ମାଟ୍ରିକ୍‌ ଫେଲ୍ ହୋଇଥିବା ଛାତ୍ରଛାତ୍ରୀଙ୍କ ସମେତ ୮୧୯୫ ଜଣ ଷ୍ଟେଟ୍‌ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷାର୍ଥୀ ନିଜ ଭାଗ୍ୟକୁ ପୁଣି କଷିବେ। ପରୀକ୍ଷା ଫଳ ତତ୍କାଳ ଘୋଷଣା ପରେ ସେମାନଙ୍କୁ ଚଳିତ ବର୍ଷ ଯୁକ୍ତ ଆଡମିଶନ ପ୍ରକ୍ରିୟାରେ ମଧ୍ୟ ସୁଯୋଗ ମିଳିବ ବୋଲି ଜଣାପଡ଼ିଛି।

ଚଳିତବର୍ଷ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଫର୍ମ ଫିଲଅପ୍‌ ମେ’ ୨୬ ତାରିଖରୁ ଆରମ୍ଭ ହୋଇ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା।

Advertisment
Cuttack Matric Supplementary Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe