Advertisment

ଚଳିତ ବର୍ଷ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା

ଗତବର୍ଷ କୋରନା ସଂକ୍ରମଣ ଉପମୁହାଁ ଥିଲା। ଏଥିପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ନାହିଁ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଥିଲା।

ଅଦ୍ୟତନ ହୋଇଛି
Board

Board

Advertisment

ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଆଜି ମାଟ୍ରିକ ପରୀକ୍ଷା ଫଳ ଘୋଷଣା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ।

Advertisment

ସେ କହିଛନ୍ତି, ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା। କିନ୍ତୁ ଏଥର ହେବ। ଫେଲ୍‌ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ପରୀକ୍ଷା କରାଯିବ। ଏନେଇ ଖୁବଶୀଘ୍ର ତାରିଖ ଘୋଷଣା କରାଯିବ।  

ଗତବର୍ଷ କୋରନା ସଂକ୍ରମଣ ଉପମୁହାଁ ଥିଲା। ଏଥିପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ନାହିଁ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଥିଲା। କିନ୍ତୁ ଏଥର ସପ୍ଲିମେଣ୍ଟାରୀ ପରୀକ୍ଷା ହେବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। 

Advertisment

ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୩୮୬ ଜଣଙ୍କୁ ଏମ୍‌ପି କରାଯାଇଥିବା ବେଳେ ୫ ଲକ୍ଷ ୮ ହଜାର ୪୦୪ ଜଣ ପାସ୍ କରିଛନ୍ତି। ଅର୍ଥାତ ଫେଲ ହୋଇଛନ୍ତି ୭୬୪୫ ଜଣ ଛାତ୍ରଛାତ୍ରୀ। ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ। ସେହିପରି ୧୦ ହଜାର ୯୩୯ ଜଣ ଫର୍ମ ପୂରଣ କରିଥିବା ବେଳେ ପରୀକ୍ଷା ଦେଇ ନଥିଲେ। ସେମାନେ ମଧ୍ୟ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ।

Resultମାଟ୍ରିକ ପରୀକ୍ଷା ଫଳାଫଳ ସଂପର୍କିତ ତଥ୍ୟ

ଅନ୍ୟପକ୍ଷରେ ୨୩ ତାରିଖରୁ ରିଚେକିଂ ପାଇଁ ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିପାରିବେ ବୋଲି ବୋର୍ଡ ଉପସଭାପତି ନିହାର ମହାନ୍ତି ସୂଚନା ଦେଇଛନ୍ତି। ମଧ୍ୟମା ଓ ଷ୍ଟେଟ୍‌ ଓପନ୍‌ ସ୍କୁଲ ଛାତ୍ରଛାତ୍ରୀମାନେ ଅଫ୍‌ଲାଇନଆ ଆବେଦନ କରିପାରିବେ ବୋଲି ସେ କହିଛନ୍ତି। 

ଚଳିତ ବର୍ଷ ୯୬.୪% ପିଲା ମାଟ୍ରିକ ପରୀକ୍ଷାରେ ପାସ କରିଛନ୍ତି। ଛାତ୍ରଙ୍କ ଅପେକ୍ଷା ଛାତ୍ରୀ ଙ୍କ ପାସ୍ ହାର ଅଧିକ ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୭.୦୫% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୭୫% ରହିଛି।

Cuttack Matric Supplementary Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe