Advertisment

ମହାନଦୀକୁ ଡେଇଁ ପଡ଼ିଲେ ଯୁବତୀ

ଯୁବତୀ ଜଣକ କଟକ ହରିଣ ପାର୍କ ନିକଟରେ ଥିବା ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଦେଖି ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରି ଏସ୍‌ସିବି ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ।

ଅଦ୍ୟତନ ହୋଇଛି
Mahanadi

Mahanadi

Advertisment

ମହାନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା। ଆଜି ଅପରାହ୍ନରେ ଏପରି ଘଟଣା କଟକରେ ଘଟିଛି। ମାତ୍ର କେଉଁ କାରଣରୁ ଯୁବତୀ ଜଣକ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। କମିଶନରେଟ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।

Advertisment

ଯୁବତୀ ଜଣକ କଟକ ହରିଣ ପାର୍କ ନିକଟରେ ଥିବା ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଦେଖି ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରି ଏସ୍‌ସିବି ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ଲେଖାହେବା ପର୍ଯ୍ୟନ୍ତ ଯୁବତୀଙ୍କ ପରିଚୟ ମିଳିପାରି ନାହିଁ। ଯୁବତୀ ଜଣକ ବ୍ଲୁ ରଙ୍ଗର ଜିନ୍ସ ଓ ଲାଲ୍‌ ରଙ୍ଗର ଡ୍ରେସ୍‌ ପିନ୍ଧିଛନ୍ତି। ସେ କେଉଁ କାରଣରୁ ନଦୀକୁ ଡେଇଁଥିଲେ, ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ। ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

Mahanadi Mishap Cuttack Cuttack Story
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe