ଆଜି ସ୍ଥଳଭାଗ ଛୁଇଁବ ‘ଗୁଲାବ’, ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଆଜି ମଧ୍ୟରାତ୍ରରେ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍‌ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଜି ଭୋର ସାଢ଼େ ୫ଟା ସୁଦ୍ଧା ବାତ୍ୟା ‘ଗୁଲାବ’ ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣପୂର୍ବରେ ୨୭୦ କିଲୋମିଟର ଦୂରରେ ରହିଛି। ଏହା ପଶ୍ଚିମକେନ୍ଦ୍ରୀୟ […]

Cyclone Gulab

Cyclone Gulab

Jitendra Garnayak
  • Published: Sunday, 26 September 2021
  • Updated: 26 September 2021, 08:18 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଆଜି ମଧ୍ୟରାତ୍ରରେ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍‌ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଜି ଭୋର ସାଢ଼େ ୫ଟା ସୁଦ୍ଧା ବାତ୍ୟା ‘ଗୁଲାବ’ ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣପୂର୍ବରେ ୨୭୦ କିଲୋମିଟର ଦୂରରେ ରହିଛି। ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପ ସାଗରରେ କେନ୍ଦ୍ରୀଭୂତ ଥିବା ବେଳେ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ପଶ୍ଚିମ ଆଡ଼କୁ ଗତି କରୁଛି।

ମଧ୍ୟରାତ୍ରରେ ବାତ୍ୟା ‘ଗୁଲାବ’ ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। କିଛି ଅଞ୍ଚଳରେ ଝିପିଝିପି ବର୍ଷା ହେଉଛି। ଭୂସ୍ଖଳନ ଓ ଫ୍ଲାସ ଫ୍ଲଡ୍ ଆଶଙ୍କାରେ ୫ ଶହ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୭୫ରୁ ୮୫ କିଲୋମିଟର ରହିବ।

ବାତ୍ୟା ‘ଗୁଲାବ’ ପାଇଁ କାଲି ପର୍ଯ୍ୟନ୍ତ ରାଜ୍ୟର ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡି। ସେହିଭଳି ୧୦ଟି ଜିଲ୍ଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story