Advertisment

ବାଲେଶ୍ୱର ଆଖପାଖରେ ଲ୍ୟାଣ୍ଡଫଲ୍‌ କରିବ ‘ୟାସ୍‌’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ‘ୟାସ୍‌’ ସ୍ଥଳଭାଗକୁ ଛୁଇଁବ। ପାରାଦୀପ-ସାଗରଦ୍ୱୀପ ମଝିରେ ବାଲେଶ୍ୱର ପାଖାପାଖରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟାସ୍‌’। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ। ବାତ୍ୟା ଲ୍ୟାଣ୍ଡଫଲ୍‌ ପୂର୍ବରୁ ଅର୍ଥାତ ୨୫ ତାରିଖରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ, ଗଞ୍ଜାମ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାନା […]

author-image
Manoranjan Sial
ଅଦ୍ୟତନ ହୋଇଛି
ବାଲେଶ୍ୱର ଆଖପାଖରେ ଲ୍ୟାଣ୍ଡଫଲ୍‌ କରିବ ‘ୟାସ୍‌’

cyclone

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ‘ୟାସ୍‌’ ସ୍ଥଳଭାଗକୁ ଛୁଇଁବ। ପାରାଦୀପ-ସାଗରଦ୍ୱୀପ ମଝିରେ ବାଲେଶ୍ୱର ପାଖାପାଖରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟାସ୍‌’। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ। ବାତ୍ୟା ଲ୍ୟାଣ୍ଡଫଲ୍‌ ପୂର୍ବରୁ ଅର୍ଥାତ ୨୫ ତାରିଖରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ, ଗଞ୍ଜାମ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାନା ରହିଛି।

Advertisment

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

୨୬ ତାରିଖରେ ବର୍ଷାର ପରିମାଣ ବଢ଼ିବ ବୋଲି ଶ୍ରୀ ବିଶ୍ୱାସ କହିଛନ୍ତି। ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖରେ ବର୍ଷାର ପରିମାଣ କମିଯିବ ବୋଲି ଶ୍ରୀ ବିଶ୍ୱାସ କହିଛନ୍ତି।

‘ୟାସ୍‌’ ଏବେ ପାରାଦୀପଠାରୁ ୫୦୦ କିଲୋମିଟର ଦୂରରେ ରହିଛି। ଆଜି ଏହା ଭୀଷଣ ବାତ୍ୟାର ରୂପ ନେବ। ଆସନ୍ତା କାଲି ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ୨୬ ତାରିଖ ଦ୍ୱି’ପ୍ରହରରେ ଏହା ପାରାଦୀପ ଓ ସାଗର ଦୀପ ମଝି ବାଲେଶ୍ୱର ଆପଖାପଖ ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି।

Advertisment

ବାତ୍ୟା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ, ବାତ୍ୟା ଯୋଗୁ ଏବେ ସମୁଦ୍ରରେ ପବନର ବେଗ ଘଣ୍ଟା ପ୍ରତି ୬୫ରୁ ୮୫ କିମି ଭିତରେ ରହିଛି। ୨୫ ତାରିଖ ମଧ୍ୟରାତ୍ର ପରେ ପବନ ବଢ଼ିବ ଏବଂ ଏହା ଘଣ୍ଟା ପ୍ରତି ୮୦ କିମି ଛୁଇଁପାରେ। ୨୬ ତାରିଖ ସକାଳୁ ପବନର ବେଗ ବଢ଼ି ଘଣ୍ଟାପ୍ରତି ୧୨୦ରୁ ୧୩୦ କିମି ହେବ। ଉପକୂଳ ଛୁଇଁଲା ବେଳକୁ ପବନ ବେଗ ଘଣ୍ଟାପ୍ରତି ସର୍ବାଧିକ ୧୫୫ରୁ ୧୮୫ କିମି ହେବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିବ ବୋଲି ଆକଳନ କରାଯାଉଛି। ବିଶେଷ କରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବାତ୍ୟା ‘ୟାସ’ର ପ୍ରଭାବ ଅଧିକ ରହିବ।ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ୫ ଜିଲ୍ଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ବାତ୍ୟା ପରବର୍ତ୍ତୀ ରିଲିଫ୍ କାର୍ଯ୍ୟ ତଦାରଖ ପାଇଁ ରାଜ୍ୟ ସରକାର ୫ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି। ସେହିପରି ଜିଲ୍ଲା ପୁଲିସ୍‌କୁ ପରାମର୍ଶ ଓ ମାର୍ଗଦର୍ଶନ ପାଇଁ ୫ ବରିଷ୍ଠ ଆଇପିଏସ୍‌ଙ୍କୁ ଦାୟିତ୍ୱ ଦିଆଯାଇଛି।

Cyclone Yaas