Advertisment

ବାତ୍ୟା ପୁନରୁଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ବାତ୍ୟା ‘ୟାସ୍‌’ ପ୍ରଭାବରେ ଉତ୍ତର ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଶେଷକରି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଏବେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ସାଢ଼େ ୬ଟା ବେଳେ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଟ୍ୱିଟ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସୂଚନା ଦେଇ କହିଛନ୍ତି ଯେ, କ୍ଷତିଗ୍ରସ୍ତ ଅଂଚଳରେ ପୁନରୁଦ୍ଧାର କାର୍ଯ୍ୟ ଏବେ ଜୋରସୋରରେ ଚାଲିଛି। […]

ଅଦ୍ୟତନ ହୋଇଛି
କରୋନାର କହର ଲମ୍ବା ଚାଲିବ, ଆମକୁ ପ୍ରସ୍ତୁତ ରହିବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

CM-Naveen-Patnaik

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ବାତ୍ୟା ‘ୟାସ୍‌’ ପ୍ରଭାବରେ ଉତ୍ତର ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଶେଷକରି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଏବେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ସାଢ଼େ ୬ଟା ବେଳେ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

Advertisment

ତେବେ ଟ୍ୱିଟ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସୂଚନା ଦେଇ କହିଛନ୍ତି ଯେ, କ୍ଷତିଗ୍ରସ୍ତ ଅଂଚଳରେ ପୁନରୁଦ୍ଧାର କାର୍ଯ୍ୟ ଏବେ ଜୋରସୋରରେ ଚାଲିଛି। ସ୍ୱାଭାବିକ ଅବସ୍ଥା ଫେରାଇ ଆଣିବାକୁ ସବୁ ପ୍ରକାରର ପଦକ୍ଷେପ ନିଆଯାଉଛି । ବାଲେଶ୍ୱର ଜିଲ୍ଲାରେ ଓଡ୍ରାଫ ଟିମ୍ ଓ ଅନ୍ୟାନ୍ୟ ଟିମ୍ ବାଲେଶ୍ୱରର ବିଭିନ୍ନ ଭାଗରେ ପଡ଼ିଥିବା ଗଛକୁ କାଟି ଯୋଗାଯୋଗ ବ୍ୟବସ୍ଥାକୁ ସ୍ୱାଭାବିକ କରିବାରେ ଲାଗିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାଲେଶ୍ୱରରେ ଚାଲିଥିବା ଉଦ୍ଧାର କାର୍ଯ୍ୟର ଏକ ଭିଡିଓକୁ ମଧ୍ୟ ନିଜ ଟ୍ୱିଟରେ ଶେୟାର କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାଲେଶ୍ୱରରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଖାଦ୍ୟଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ବାଲେଶ୍ୱର ପଠାଇଛନ୍ତି।

Advertisment

ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବାଲେଶ୍ୱରରେ ଡେରା ପକାଇଥିବାବେଳେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମଧ୍ୟ ସେଠାରେ ରହିଛନ୍ତି। ଏହି ମନ୍ତ୍ରୀମାନେ ଏବେ ଜିଲ୍ଲାରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ଲାଗିଛନ୍ତି।

Naveen Patnaik Cyclone Disaster Management Cyclone Yaas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe