୧୨ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ‘ସିତ୍ରାଙ୍ଗ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ସିତ୍ରାଙ୍ଗ’ ବର୍ତ୍ତମାନ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ଆଗାମୀ ୧୨ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଜାରି କରାଯାଇଛି। ପାଣିପାଗ ସୂଚନା ଅନୁସାରେ, ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ସିତ୍ରାଙ୍ଗ ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ଆଗାମୀ […]

Cyclone

  • Published: Monday, 24 October 2022
  • , Updated: 24 October 2022, 01:40 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ସିତ୍ରାଙ୍ଗ’ ବର୍ତ୍ତମାନ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ଆଗାମୀ ୧୨ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଜାରି କରାଯାଇଛି।

ପାଣିପାଗ ସୂଚନା ଅନୁସାରେ, ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ସିତ୍ରାଙ୍ଗ ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହା ବର୍ତ୍ତମାନ ସାଗର ଦ୍ଵୀପପୁଞ୍ଜ ଠାରୁ ଦକ୍ଷିଣ ଦିଗରେ ୫୦୦ କିମି ଦୂରରେ ପୂର୍ବ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି।

ଏହା ଆସନ୍ତାକାଲି ସକାଳ ସୁଦ୍ଧା ବାଂଲାଦେଶର  ତିନ୍‌କୋନାଓ ସାନଦ୍ୱୀପ ଅଞ୍ଚଳରେ ସ୍ଥଳଭାଗକୁ ଅତିକ୍ରମ କରିବ।  ବାତ୍ୟା ପ୍ରଭାବରେ ଆଜି ଓଡ଼ିଶାର ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।

ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ରହିପାରେ। ସିତ୍ରାଙ୍ଗ ପାଇଁ ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

Related story