୨୫ରେ ଆସିବ, ୨୬ରୁ ବର୍ଷିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସେପ୍ଟେମ୍ୱର ୨୫ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବା ୪୮ ଘଣ୍ଟା  ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଓଡ଼ିଶା ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଏନେଇ ସତର୍କ […]

Weather

Manoranjan Sial
  • Published: Monday, 20 September 2021
  • , Updated: 20 September 2021, 05:46 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସେପ୍ଟେମ୍ୱର ୨୫ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବା ୪୮ ଘଣ୍ଟା  ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଓଡ଼ିଶା ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ଗତ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣରେ ବର୍ଷା ଅନୁଭୁତ ହୋଇଛି। ସର୍ବାଧିକ ବର୍ଷା କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ହୋଇଛି। ଏଠାରେ ୭୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଆହୁରି ତିନିଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି।

https://twitter.com/mcbbsr/status/1439895955940118531?s=20

ଗତ ୨୪ ଘଣ୍ଟାରେ ଓଡ଼ିଶାର ପାଣିପାଗର ସ୍ଥିତି ନେଇ ଶ୍ରୀ ଦାସ କହିଛନ୍ତି- ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣରେ ବର୍ଷା ହେବ। ସେଥିପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ସମେତ ଆଭ୍ୟନ୍ତର ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ଆସନ୍ତାକାଲି ପାଇଁ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ କେତେକ ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି।

୧ ଜୁନ୍‌ରୁ ୨୦ ସେପ୍ଟେମ୍ୱର ଭିତରେ ମୌସୁମୀର ସ୍ଥିତି ନେଇ ଉମାଶଙ୍କର ମିଶ୍ର କହିଲେ- ୯୭୦ ମିଲି ମିଟର ବର୍ଷା ହେବାର ରେକର୍ଡ କରାଯାଇଛି। ଏହି ସମୟ ଭତରେ ଦୁଇ ଜିଲ୍ଲାରୁ ୨୦ରୁ ୩୦ ପ୍ରତିଶତ ଅଧିକ ବର୍ଷା ହୋଇଛି। ୯ ଜିଲ୍ଲାରେ ୨୦ରୁ ୫୯% କମ୍‌ ବର୍ଷା ରେକର୍ଡ କରାଯାଇଛି। ତାହାଛଡ଼ା ପାଖାପାଖି ୧୯ ଜିଲ୍ଲାରେ ସ୍ୱଭାବିକ ବର୍ଷା ରେକର୍ଡ କରାଯାଇଛି।

https://twitter.com/mcbbsr/status/1439884300187365381?s=20

Related story