/odisha-reporter/media/post_attachments/uploads/2021/10/DA.jpg)
DA
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧ ପ୍ରତିଶତ ବୃଦ୍ଧି କରାଯାଇଛି । ବର୍ତ୍ତମାନ ମହଙ୍ଗା ଭତ୍ତା ୧୭ ପ୍ରତିଶତରୁ ବଢ଼ି ୨୮ପ୍ରତିଶତରେ ପହଞ୍ଚିଲା । ଆସନ୍ତା ମାସ ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା।
Advertisment
ମହଙ୍ଗା ଭତ୍ତା ବଢ଼ିବା ଦ୍ୱାରା ରାଜ୍ୟର ୪ ଲକ୍ଷ କର୍ମଚାରୀ, ସାଢ଼େ ୩ ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ । ଏହି ଖବର ପ୍ରଚାରିତ ହେବା ପରେ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସି ଖେଳିଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
