ପୁରୀ: ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଗୁଣ୍ଡିଚା ମନ୍ଦିର ଆଗରେ ଥିବା ତିନି ରଥଙ୍କୁ ଦକ୍ଷିଣ ମୋଡ଼ କରାଯିବା ଅରମ୍ଭ ହୋଇଛି । ଶ୍ରୀଜିଉଙ୍କ ଆଜ୍ଞମାଳ ରଥ ଚକଡାକୁ ବିଜେ କରିବା ପରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ପର୍ଯ୍ୟନ୍ତ ଅଣାଯାଇଥିଲା । ପରେ ବଳଭଦ୍ରଙ୍କ ରଥ ଦକ୍ଷିଣ ମୋଡ ହୋଇଥିଲା । ଏହା ସନ୍ଧ୍ୟା ୬ଟା ୧୫ରେ ସରିଥିଲା । ସନ୍ଧ୍ୟା ହୋଇଯାଇଥିବାରୁ ଜଗନ୍ନାଥଙ୍କ ରଥ ଦକ୍ଷିଣ ମୋଡ କରାଯାଇନାହିଁ । ଆସନ୍ତାକାଲି ଶ୍ରୀ ଜଗନ୍ନାଥଙ୍କ ରଥ ଦକ୍ଷିଣ ମୋଡ ହେବେ । ଗତକାଲି ଶ୍ରୀଜିଉଙ୍କ ଘୋଷଯାତ୍ରାର ପଞ୍ଚମ ଦିନରେ ଅନୁଷ୍ଠିତ ହୋଇଥିଲା ହେରା ପଞ୍ଚମୀ ନୀତି। ମହାଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିରକୁ ଯାଇ ଶ୍ରୀ ଜଗନ୍ନାଥଙ୍କୁ ସାକ୍ଷାତ କରିଥିଲେ। ଏହି ଅବସରରେ ମା’ ଲକ୍ଷ୍ମୀ ପ୍ରଭୁଙ୍କୁ ମୋହାଞ୍ଜନରେ ବିମୁଗ୍ଧ କରିବା ସହ ଶ୍ରୀ ମନ୍ଦିରକୁ ଫେରିବାକୁ ମନାଇଥିଲେ। ତେବେ ଭେଟ ପୂର୍ବରୁ ଲକ୍ଷ୍ମୀ ଠାକୁରାଣୀ ନନ୍ଦିଘୋଷ ନିକଟକୁ ଯାଇ ପରମ୍ପରା ମୁତାବକ ରଥର କିଛି ଅଂଶ ଭାଙ୍ଗିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।