ଭୁବନେଶ୍ୱର: ଆଗାମୀ ଦିନରେ କଂଗ୍ରେସ ରାଜ୍ୟରେ କିଭଳି ସୁଦୃଢ଼ ହୋଇ କାର୍ଯ୍ୟ କରିବ ସେ ନେଇ ଦଳୀୟ ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ଆଜି ପ୍ରଦେଶ କଂଗ୍ରେସ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦଳୀୟ ମୁଖ୍ୟ କାର୍ଯ୍ୟାଳୟରେ ଏହି ବୈଠକ ଚାଲିଛି। ବୈଠକରେ ଦଳର ପ୍ରଭାରୀ ବି.କେ.ହରିପ୍ରସାଦ, ସହ ପ୍ରଭାରୀ ଶୁଭଙ୍କର ସରକାର ଉପସ୍ଥିତ ଅଛନ୍ତି। ଏଥିରେ କଂଗ୍ରେସର ସମସ୍ତ କର୍ମକର୍ତ୍ତା, କାର୍ଯ୍ୟକାରିଣୀ ସଦସ୍ୟ ଓ ସଂଗଠନର କାର୍ଯ୍ୟକର୍ତ୍ତା ଯୋଗ ଦେଇଛନ୍ତି। ସେହିଭଳି ମହିଳା, ଛାତ୍ର ଓ ଯୁବ କଂଗ୍ରେସର କର୍ମକର୍ତ୍ତାମାନେ ମଧ୍ୟ ଉପସ୍ଥିତ ଅଛନ୍ତି। ଏହି ଅବସରରେ କଂଗ୍ରେସ ଭବନରେ ଓଡିଶାର ୯ଜଣ ବରପୁତ୍ରଙ୍କର ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।