ବୀରମିତ୍ରପୁର(ରାକେଶ ସାହୁ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ୧୪୩ ନଂ ଜାତୀୟ ରାଜପଥର ରାମପାଲ ଛକ ନିକଟରେ ଏକ ଡ଼ମ୍ଫର- ବାଇକ ମଧ୍ୟରେ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଆଉ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି।
ସୂଚନା ମୁତାବକ, ଏକ ପଥର ବୋଝେଇ ଡ଼ମ୍ଫର ନଂ(ଓଆର-୧୪କ୍ୟୁ-୩୯୯୧) ବୀରମିତ୍ରପୁରରୁ ରାଉରକେଲା ଆଡ଼କୁ ଯାଉଥିଲା। ଏହି ସମୟରେ ଏକ ବାଇକ୍ ନଂ(ଓଡ଼ି-୧୪ବି-୬୯୧୫)ରେ ଦୁଇ ସାଙ୍ଗ ଯାଉଥିଲେ। ରାମପାଲ ଛକ ନିକଟରେ ୨ ଗାଡ଼ି ମଧ୍ୟରେ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବାଇକ୍ ଚାଳକ ରୋହିତ ରାଏ(୧୮)ଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ ମିଥିଲେସ ରାଏ (୨୧) ସାମାନ୍ୟ ଆହତ ହୋଇଛନ୍ତି।
ପୁଲିସ୍ ଘଟଣାସ୍ଥଳକୁ ପହଞ୍ଚି ମିଥିଲେସଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇଛି। ଏଥିସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଗାଡ଼ିକୁ ଜବତ କରିଛି । ଉଭୟଙ୍କ ଘର ବୀରମିତ୍ରପୁର ଥାନା ଅନ୍ତର୍ଗତ ସଣ୍ଡେ ମାର୍କେଟ ବୋଲି ଜଣାପଡିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।