ମାଲକାନଗିରି: ମାଓବାଦୀଙ୍କୁ ଡରନି।ଓଡ଼ିଶା ପୋଲିସ ଅଛି ଆପଣମାନଙ୍କ ସହିତ ଅଛି। ସେମାନଙ୍କୁ ସମାନା ବିଏସଏଫ ଯବାନ ମୃତୟନ କରାଯିବ। ମାଓବାଦୀଙ୍କ ଭୟରେ ଭିଟାମାଟି ଛାଡ଼ିଥିବା ବିଚ୍ଛିର୍ଣ୍ଣାଞ୍ଚଳ ଗ୍ରାମବାସୀଙ୍କୁ ଆଜି ଏହିପରି ନିର୍ଭୟ ପ୍ରତିଶୃତି ମିଳିଛି। ଏହି ପ୍ରତିଶୃତି ଦେଇଛନ୍ତି ମାଲକାନଗିରି ଏସପି ମିତ୍ରଭାନୁ ମହାପାତ୍ର। ଗ୍ରାମବାସୀଙ୍କ ସୁରକ୍ଷା ଦେବାକୁ ପୋଲିସ ମୃତୟନ ହେବ ବୋଲି ଏସପି ମିତ୍ରଭାନୁ ମହାପାତ୍ର ଗ୍ରାମବାସୀଙ୍କୁ କହିଛନ୍ତି। ସେମାନଙ୍କ ଜୀବିକା ନିର୍ବାହ ଲାଗି ତାଲିମ ବ୍ୟବସ୍ଥା କରାଯିବ ବୋଲି ଏସପି ଶ୍ରୀ ମହାପାତ୍ର କହିଛନ୍ତି। ତା ସହ ବିଚ୍ଛିନ୍ନାଞ୍ଚଳରେ ବିଏସ୍ଏଫ୍ କ୍ୟାମ୍ପ ପ୍ରତିଷ୍ଠା ପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିବା ସେ ଗ୍ରାମବାସୀଙ୍କୁ ନିର୍ଭର ପ୍ରତିଶୃତି ଦେଇଛନ୍ତି ।
ଗତକାଲି ଲାଲ ବାହିନୀଙ୍କଠାରୁ ଜୀବନ ଭୟ ଥିବା ଦର୍ଶାଇ ପିଲାଛୁଆଙ୍କ ସହ ଗାଁ ଛାଡ଼ି ମାଲକାନଗିରି ସଦର ମହକୁମାକୁ ଚାଲି ଆସିଥିବା ପ୍ରାୟ ୬୦ଟି ପରିବାରର ଶତାଧିକ ଲୋକ ଏସ୍ପିଙ୍କୁ ଭେଟି ସେମାନଙ୍କ ଦୁଃଖ ଜଣାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।