ଆଜି ଓ କାଲି ରାତି ୧୧ଟା ଯାଏ ଖୋଲା ରହିବ ଶ୍ରୀମନ୍ଦିର, କାର୍ତ୍ତିକ ପୂର୍ଣ୍ଣିମାରେ ଦର୍ଶନ ବନ୍ଦ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଭିଡ଼କୁ ନଜିରରେ ରଖି ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଆଜି ଓ ଆସନ୍ତାକାଲି(ଗୁରୁବାର) ଅର୍ଥାତ ୧୭ ଓ ୧୮ ତାରିଖ ଦୁଇ ଦିନ ଦର୍ଶନ ସାକାଳ ୭ଟିରୁ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ଭର୍ଚୁଆଲ୍‌ ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି। ତେବେ ୧୯ ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଦିନ […]

puri temple

puri temple

Manoranjan Sial
  • Published: Wednesday, 17 November 2021
  • Updated: 17 November 2021, 06:38 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଭିଡ଼କୁ ନଜିରରେ ରଖି ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଆଜି ଓ ଆସନ୍ତାକାଲି(ଗୁରୁବାର) ଅର୍ଥାତ ୧୭ ଓ ୧୮ ତାରିଖ ଦୁଇ ଦିନ ଦର୍ଶନ ସାକାଳ ୭ଟିରୁ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ଭର୍ଚୁଆଲ୍‌ ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି। ତେବେ ୧୯ ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଦିନ ବନ୍ଦ ରହିବ ଶ୍ରୀମନ୍ଦିର। ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ନାହିଁ। ଭିଡ଼କୁ ଲକ୍ଷ୍ୟ କରି ଏଭଳି ନିଷ୍ପତ୍ତି କରାଯାଇଛି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛନ୍ତି।

ଆଜିର ବୈଠକରେ ଜିଲ୍ଲାପାଳ, ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ।

ସୂଚନାରୁ ପ୍ରକାଶ, କାର୍ତ୍ତିକ ପୂର୍ଣ୍ଣିମାନେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଥାଏ। ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇ ସକାଳେ ସକାଳେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥାନ୍ତି। ଯେଉଁଥିପାଇଁ ଶ୍ରୀମନ୍ଦିରରେ ଭିଡ଼ ପରିଲକ୍ଷିତ ହୋଇଥାଏ। ଭିଡ ହେଲେ କୋଭିଡ୍‌ ବଢ଼ିବାର ସମ୍ଭାବନା ରହିଛି। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos