ଆଜିଠୁ ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଓଷୁଅ

ପୁରୀ(ଓଡ଼ିଶା ରିପୋର୍ଟର): ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ମହାପ୍ରଭୁ। ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି। ଗତକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି  ହେବା ପରେ ସାମାନ୍ୟ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଆଜିଠାରୁ ନବମୀ ତିଥି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷୁଅ ଲାଗି ହେବାର ଵିଧି ରହିଛି । ଆଜି ମଧ୍ୟାହ୍ନ ଧୂପ ପରେ  ସୁଦ୍ଧଶୁଆର ମାନେ ପ୍ରସ୍ତୁତ […]

puri

Tapaswini Nayak
  • Published: Monday, 20 June 2022
  • , Updated: 20 June 2022, 02:13 PM IST

ପୁରୀ(ଓଡ଼ିଶା ରିପୋର୍ଟର): ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ମହାପ୍ରଭୁ। ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି। ଗତକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି  ହେବା ପରେ ସାମାନ୍ୟ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଆଜିଠାରୁ ନବମୀ ତିଥି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷୁଅ ଲାଗି ହେବାର ଵିଧି ରହିଛି ।

ଆଜି ମଧ୍ୟାହ୍ନ ଧୂପ ପରେ  ସୁଦ୍ଧଶୁଆର ମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜିଉଙ୍କ ଅଙ୍ଗରେ ଲଗାଇବେ। ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷୁଅ ଲାଗି କରାଯିବ । ଷଷ୍ଠୀ ଠାରୁ ନବମୀ ତିଥି ପର୍ଯ୍ୟନ୍ତ ଏହି ଔଷଧ ଲାଗି କରାଯିବ। ଫଳରେ କିଛି ମାତ୍ରାରେ ଶ୍ରୀଜିଉ ଜ୍ୱରରୁ ଉପଶମ ପାଇବେ। ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ଉପଶମ ହେବେ ।

ଅନ୍ୟପକ୍ଷରେ ରଥଖଳାରେ ରଥର୍ନିମାଣ କାମ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି।

Related story