ଯାଜପୁର (ସଞ୍ଜିବ ନାୟକ): ସୀମା ଟପିଲା ବର୍ବରତା। ଜନ୍ମ କଲା ମା'କୁ ଭୁଲିଗଲା ପୁଅ। ତା' ସହ ଶାଶୂ ଉପରେ ଅକଥନୀୟ ଅତ୍ୟାଚାର କଲା ବୋହୂ। ବଞ୍ଚି ଥାଉ ଥାଉ ଶାଶୂକୁ ଇଟାରେ ପୋତିଦେଲା ବୋହୂ। ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ବୋହୂ କିଛି ଶୁଣିଲାନି। ଶାଶୂ ଉପରେ ବାରମ୍ବାର ଇଟା ଉପରେ ଇଟା ଲଦି ଚାଲିଲା। କାନ୍ଦି କାନ୍ଦି ବୃଦ୍ଧା ଜଣଙ୍କ ନୟାନ୍ତ ହେଲେ ମଧ୍ୟ ପୁଅ ବି ପାଖ ମାଡ଼ିଲାନି।
ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଦଶରଥପୁର ବ୍ଲକ ଦତ୍ତପୁର ପଞ୍ଚାୟତରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା। ଯାହା ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଘଟଣା ଏବେ ମୋବାଇଲ୍ରୁ ମୋବାଇଲ ଘୁରି ବୁଲୁଛି।
ଦତ୍ତପୁର ଗାଁର ମାଟିରାଣୀ ବେହେରା। ତାଙ୍କର ୪ ପୁଅ ଓ ୪ ବୋହୂ। ତେବେ ତାଙ୍କ ଘରେ କିଛି ଦିନ ହେବ ଜମିବାଡ଼ିକୁ ନେଇ ପାରିବାରିକ କଳହ ଲାଗିଥିଲା। ଭାଇ ଭାଇ ମଧ୍ୟରେ ହୋଇଥିଲା ଝଗଡ଼ା। ଶେଷରେ ରାଗି ଯାଇ ସ୍ତ୍ରୀ ସହ ମିଶି ପୁଅ ଜନ୍ମ କଲା ମା' ଉପରେ ସବୁ ରାଗ ସୁଝାଇଥିବା ଜଣାପଡ଼ିଛି। ଏନେଇ ମଙ୍ଗଳପୁର ଥାନାରେ ଅଭିଯୋଗ ହୋଇଛି। ପୁଲିସ ମାମଲାର ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।