ଯୁବକଯୁବତୀଙ୍କ ମୃତଦେହ ଉଦ୍ଧାର

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ଗାଁରେ ଏକ ବିଲରୁ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ମୃତଦେହ ବିଲରେ ଥିବା ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଯୁବତୀଙ୍କ ମୃତଦେହ ତଳେ ପଡ଼ିଥିଲା। ମୃତକଦ୍ୱୟ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଆଜି ସକାଳେ ଉଭୟଙ୍କ ମୃତଦେହ ବିଲରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ଆମପାଣି ଥାନା ପୁଲିସ୍ […]

deadbody

Tapaswini Nayak
  • Published: Friday, 14 June 2019
  • , Updated: 14 June 2019, 09:19 AM IST

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ଗାଁରେ ଏକ ବିଲରୁ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ଯୁବକଙ୍କ ମୃତଦେହ ବିଲରେ ଥିବା ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଯୁବତୀଙ୍କ ମୃତଦେହ ତଳେ ପଡ଼ିଥିଲା। ମୃତକଦ୍ୱୟ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।

ଆଜି ସକାଳେ ଉଭୟଙ୍କ ମୃତଦେହ ବିଲରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ।
ଆମପାଣି ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏହା ଏକ ପ୍ରେମ ଜନିତ ଘଟଣା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।

Related story