ଟ୍ରେନ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ବିନିକା (ଓଡ଼ିଶା ରିପୋର୍ଟର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଏସ୍‌ ରାମପୁର ମୁଖ୍ୟ ରାସ୍ତାର ରେଲୱେ ଫାଟକରେ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ଯୁବକଙ୍କ ପରିଚୟ ମିଳିନାହିଁ। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଆଜି ସକାଳେ ଯୁବକଙ୍କ ମୃତଦେହ ରେଲୱେ ଲାଇନ୍‌ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ବଲାଙ୍ଗିର ରେଲୱେ ପୁଲିସ୍‌ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ […]

deadbody

deadbody

Tapaswini Nayak
  • Published: Wednesday, 16 October 2019
  • Updated: 16 October 2019, 11:39 AM IST

Sports

Latest News

ବିନିକା (ଓଡ଼ିଶା ରିପୋର୍ଟର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଏସ୍‌ ରାମପୁର ମୁଖ୍ୟ ରାସ୍ତାର ରେଲୱେ ଫାଟକରେ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
ତେବେ ଯୁବକଙ୍କ ପରିଚୟ ମିଳିନାହିଁ। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

ଆଜି ସକାଳେ ଯୁବକଙ୍କ ମୃତଦେହ ରେଲୱେ ଲାଇନ୍‌ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ବଲାଙ୍ଗିର ରେଲୱେ ପୁଲିସ୍‌ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos