ଯାଜପୁର (ଗୁଲାମ ଗସ୍): ଯାଜପୁର ଜିଲ୍ଲା ବିଂଝାରପୁର ତହସିଲ କାର୍ଯ୍ୟାଳୟରେ ଜଣେ ପିଅନ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ପ୍ରଶାନ୍ତ ଜେନା। ତାଙ୍କ ଘର ସ୍ଥାନୀୟ ମାଷଡ଼ା ଗାଁରେ।
ସେ ଦୀର୍ଘ ବର୍ଷ ହେଲା ଚିନ୍ତାଗ୍ରସ୍ତ ରହୁଥିଲେ ବୋଲି ଜଣାଯାଇଛି। ସେ ଆଜି ସକାଳ ପ୍ରାୟ ୮ଟା ବେଳେ ତହସିଲ୍ ଅଫିସକୁ ଆସିଥିଲେ। ଅଫିସ୍ରେ କେହି ନଥିବା ବେଳେ ସେ ପଙ୍ଖାରେ ରଶି ଲଗାଇ ଝୁଲିପିଡ଼ିଥିବା ସନ୍ଦେହ କରାଯାଉଛି।
ଘଟଣା ଖବର ପାଇ ବିଂଝାରପୁର ଥାନା ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଝୁଲନ୍ତା ଅବସ୍ଥାରେ ଥିବା ମୃତଦେହକୁ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ କରୁଛି।
ପ୍ରଶାନ୍ତ ଆଉ ୪ ମାସ ପରେ ଚାକିରିରୁ ଅବସର ନେଇଥାନ୍ତେ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।