ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ଶିଖପାଲୀ ଆବାସିକ ହାଇସ୍କୁଲ୍‌ର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ନାଁ ବନ୍ଦନା ସରକାର। ସୂଚନାଯୋଗ୍ୟ, ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ତାଙ୍କୁ ହଷ୍ଟେଲ୍‌ର କମ୍ପ୍ୟୁଟର୍‌ ରୁମ୍‌ରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହାତ କଟା ଯାଇଥିବା ଯୋଗୁ  ପ୍ରବଳ ରକ୍ତସ୍ରାବରୁ ତାଙ୍କର […]

death

Rakesh Mallick
  • Published: Friday, 03 August 2018
  • , Updated: 03 August 2018, 08:35 AM IST

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ଶିଖପାଲୀ ଆବାସିକ ହାଇସ୍କୁଲ୍‌ର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ନାଁ ବନ୍ଦନା ସରକାର।

ସୂଚନାଯୋଗ୍ୟ, ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ତାଙ୍କୁ ହଷ୍ଟେଲ୍‌ର କମ୍ପ୍ୟୁଟର୍‌ ରୁମ୍‌ରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ହାତ କଟା ଯାଇଥିବା ଯୋଗୁ  ପ୍ରବଳ ରକ୍ତସ୍ରାବରୁ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି। କମ୍ପ୍ୟୁଟର୍‌ ରୁମ୍‌ରୁ ଏକ ବ୍ଲେଡ ମିଳିଥିବା ଜଣାପଡ଼ିଛି। ତେବେ ଏହା ଆତ୍ମହତ୍ୟା ନା ହତ୍ୟା, ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

Related story