ବାରିପଦା (ମାନିକ ଲାଲ ପାଣି): ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ଛକ ନିକଟରେ ୧୮ ନଂ ଜାତୀୟ ରାଜପଥ କଡ଼ରୁ ଆଜି ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ମୃତ ମହିଳାଙ୍କ ପରିଚୟ ମିଳିନି। ସେ ବାହାର ରାଜ୍ୟର ହୋଇଥିବେ ବୋଲି କୁହାଯାଉଛି। ତାଙ୍କୁ ପାଖାପାଖି ୩୦ ବର୍ଷ ହେବ।
ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହଟିକୁ ଦେଖି ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱକ ସ୍ଥିତି ଯାଞ୍ଚ କରିବା ସହିତ ମୃତଦେହକୁ ଜବତ କରିଥିଲା।
[caption id="attachment_648596" align="aligncenter" width="650"] ରାସ୍ତାକଡ଼ରେ ପଡ଼ିଛି ମହିଳାଙ୍କ ମୃତଦେହ[/caption]
ମହିଳାଙ୍କ ଜଣଙ୍କୁ କେହି ମାରି ଏଠାରେ ଆଣି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।