ସମ୍ବଲପୁର (ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା ଗୋଇରା ମଠ ପାଖ ମହାନଦୀ ପୋଲ ତଳୁ ଆଜି ସକାଳେ ଜଣେ ଯୁବତୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି।
ଯୁବତୀଙ୍କ ମୁଣ୍ଡ ଏବଂ ଶରୀରର ବିଭିନ୍ନ ଅଂଶରେ କ୍ଷତ ଚିହ୍ନ ରହିଛି। ତାଙ୍କ ନାଁ ସିମରନ୍ ସିଂ। ସେ ସମ୍ବଲପୁରୀ ଆଲବମ୍ର ଜଣେ ଜଣାଶୁଣା ଅଭିନେତ୍ରୀ ଥିଲେ।ନିକଟରେ ସିମରନ୍ ବଲାଙ୍ଗିର ଅଞ୍ଚଳର ଜଣେ ଯୁବକଙ୍କୁ ପ୍ରେମ ବିବାହ କରିଥିଲେ। ସମ୍ପୃକ୍ତ ଯୁବକ ସିମରନ୍ଙ୍କୁ ହତ୍ୟା କରିଥିବା ତାଙ୍କ ମାଆ ଥାନାରେ ଅଭିଯୋଗ କରିଛନ୍ତି।
ପୁଲିସ୍ ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ଆଜି ସକାଳେ ପୋଲ ତଳେ ସିମରନ୍ଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ସେମାନେ ପୁଲିସ୍କୁ ଖବର ଦେଇଥିଲେ।
ସେ ଜିନ୍ସ ପ୍ୟାଣ୍ଟ, ଜ୍ୟାକେଟ୍ ପିନ୍ଧିଥିଲେ। ତାଙ୍କର ମୃତଦେହ ପାଖରେ ଏକ ଲେଦର ବ୍ୟାଗ୍ ପଡ଼ିଥିଲା।
ଏହା ଏକ ଆତ୍ମହତ୍ୟା ନା ହତ୍ୟାକାଣ୍ଡ, ତାହା ଶବ ବ୍ୟବଚ୍ଛେଦ ପରେ ଜଣାପଡ଼ିବ ବୋଲି ପୁଲିସ୍ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।