ତେଲକୋଇ (ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ କରଦାଙ୍ଗି ଗାଁର ଆମ୍ୱତଇଲା ସାହିରେ ଜଣେ ମହିଳାଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି।ତାଙ୍କ ନାଁ ଝୁନୁ ମହନ୍ତ।
ଝୁନୁଙ୍କ ସ୍ୱାମୀ ହରିଶ୍ଚନ୍ଦ୍ର ମହାନ୍ତ କହିଛନ୍ତି, “ମୁଁ ବାଡ଼ିରେ ସଜନା ଫୁଲ ତୋଲିବା ବେଳେ ଝୁନୁ ଘରେ ବେକରେ ରଶି ଲଗାଇ ଦେଇଥିଲେ। ଘରକୁ ଆସି ଏହା ଦେଖିବା ପରେ ପଡ଼ୋଶୀଙ୍କୁ ଡାକି ଉଦ୍ଧାର କରିଥିଲୁ। ସେତେବେଳକୁ ତା’ର ମୃତ୍ୟୁ ଘଟି ସାରିଥିଲା।”
ଖବର ପାଇ ଝୁନୁଙ୍କ ବାପଘର ଲୋକେ କରଦାଙ୍ଗିରେ ପହଞ୍ଚିବା ସହ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି।
ତେଲକୋଇ ପୁଲିସ୍ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।