ଜାତୀୟ ରାଜପଥରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ କଶଭା ନିକଟରୁ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ମିଳିପାରି ନାହିଁ। ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଗତକାଲି ବିଳମ୍ବିତ ରାତିରେ ଯୁବତୀଙ୍କ ମୃତଦେହ କଶଭା ନିକଟରେ ୧୪୩ ନମ୍ବର ଜାତୀୟ ରାଜପଥରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି […]

deadbody

Jitendra Garnayak
  • Published: Friday, 04 January 2019
  • , Updated: 04 January 2019, 09:37 AM IST

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ କଶଭା ନିକଟରୁ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ମିଳିପାରି ନାହିଁ। ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଗତକାଲି ବିଳମ୍ବିତ ରାତିରେ ଯୁବତୀଙ୍କ ମୃତଦେହ କଶଭା ନିକଟରେ ୧୪୩ ନମ୍ବର ଜାତୀୟ ରାଜପଥରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

Related story