କାଠଯୋଡ଼ି ପଠାରୁ ମିଳିଲା ମୃତଦେହ

କଟକ (ଓଡ଼ିଶା ରିପୋର୍ଟର): କଟକ ଖାନ ନଗର ନିକଟ କାଠଯୋଡ଼ି ପଠାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ଆଜି ସକାଳେ ନଦୀ ପଠାରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ବାଦାମବାଡ଼ି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଘଟଣାର ତଦନ୍ତ କରୁଛି। କାଠଯୋଡ଼ି ନଦୀରେ ଗାଧୋଇବା ବେଳେ ବୁଡ଼ି ଯାଇ ବ୍ୟକ୍ତି […]

deadbody00

Tapaswini Nayak
  • Published: Saturday, 22 February 2020
  • , Updated: 22 February 2020, 11:26 AM IST

କଟକ (ଓଡ଼ିଶା ରିପୋର୍ଟର): କଟକ ଖାନ ନଗର ନିକଟ କାଠଯୋଡ଼ି ପଠାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ।

ଆଜି ସକାଳେ ନଦୀ ପଠାରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ବାଦାମବାଡ଼ି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଘଟଣାର ତଦନ୍ତ କରୁଛି।

କାଠଯୋଡ଼ି ନଦୀରେ ଗାଧୋଇବା ବେଳେ ବୁଡ଼ି ଯାଇ ବ୍ୟକ୍ତି ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।

Related story