କଟକ(ଓଡ଼ିଶା ରିପୋର୍ଟର): କଟକ ଓଏମ୍ପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ଥିବା ପୋଖରୀରୁ ଜଣେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ କନଷ୍ଟେବଲଙ୍କ ନାଁ ଏମ୍ କ୍ରିଷ୍ଣାରାଓ। ତାଙ୍କ ଘର ପାରଳାଖେମୁଣ୍ଡି ଅଞ୍ଚଳରେ। ସେ ଷଷ୍ଠ ବାଟାଲିୟନର ବ୍ୟାଣ୍ଡ କନଷ୍ଟେବଳ ଭାବରେ କାର୍ଯ୍ୟରତ ଥିଲେ।
ଗତକାଲି ଅପରାହ୍ନରୁ ଏମ୍ କ୍ରିଷ୍ଣାରାଓ ନିଖୋଜ ଥିଲେ। ପରିବାର ଲୋକେ ବହୁତ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ଆଜି ସକାଳେ କିଛି ବ୍ୟକ୍ତି ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ପୋଖରୀରେ ଏକ ଶବ ପଡ଼ିଥିବା ଦେଖିଥିଲେ। ଏହାପରେ ପୋଲିସକୁ ଖବର ଦେଇଥିଲେ। ଓଡ୍ରାଫ ଟିମ୍ ଓ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା। ଉଦ୍ଧାର ପରେ ତାଙ୍କ ପରିଚୟ ଜଣାପଡ଼ିଥିଲା। ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।