ଲୁଣା ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ କୁଆଁରପାଳ ନିକଟ ଲୁଣା ନଦୀରୁ ଯୁବତୀଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ସ୍ଥାନୀୟ ଲୋକମାନେ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ନଦୀରେ ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀଙ୍କୁ ଜଣାଇ ଥିଲେ। ଏହାପରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ପୁଲିସକୁ ଖବର ଦେଇଥିଲେ। ମାର୍ଶାଘାଇ ପୁଲିସ୍ ଘଟଣାସ୍ଥଳରେ  ପହଞ୍ଚି ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି। ତେବେ ଯୁବତୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ […]

deadbody

Tapaswini Nayak
  • Published: Thursday, 26 December 2019
  • , Updated: 26 December 2019, 04:49 PM IST

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ କୁଆଁରପାଳ ନିକଟ ଲୁଣା ନଦୀରୁ ଯୁବତୀଙ୍କର ମୃତଦେହ ଉଦ୍ଧାର କରାଯାଇଛି।

ଆଜି ସକାଳେ ସ୍ଥାନୀୟ ଲୋକମାନେ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ନଦୀରେ ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀଙ୍କୁ ଜଣାଇ ଥିଲେ। ଏହାପରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ପୁଲିସକୁ ଖବର ଦେଇଥିଲେ। ମାର୍ଶାଘାଇ ପୁଲିସ୍ ଘଟଣାସ୍ଥଳରେ  ପହଞ୍ଚି ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।

ତେବେ ଯୁବତୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବତୀଙ୍କ ପରିଚୟ ମିଳିପାରିନାହିଁ।

Related story