ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକର ଦରଡିଆ ବାଙ୍କ ନିକଟ ୧୬ନମ୍ବର ଜାତୀୟ ରାଜପଥରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି।  କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ମୃତକଙ୍କ ପରିଚୟ ମିଳିପାରିନି। ଖନ୍ତାପଡା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।