ଚୌଦ୍ୱାର(ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ କରଞ୍ଜି ପଞ୍ଚାୟତର ବଡକୁସୁନୁପୁର ଟାଙ୍ଗି-କପିଳାସ ରାସ୍ତା କଡରୁ ଜରିଅଖାରେ ଭର୍ତ୍ତି ହୋଇ ପଡିଥିବା ଏକ ମୃତଦେହକୁ ଚୌଦ୍ୱାର ପୁଲିସ୍ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।
ରାସ୍ତାକଡରେ ଏକ ଜରି ଅଖାରେ କିଛି ବନ୍ଧା ହୋଇପଡିଥିବା ଆଜି ସକାଳେ କିଛି ଗ୍ରାମବାସୀ ଦେଖିବାକୁ ପାଇଥିଲେ। ତା’ ପାଖକୁ ଯିବାରୁ ସେଥିରୁ ଦୁର୍ଗନ୍ଧ ବାହାରୁଥିଲା। ଏନେଇ ଗ୍ରାମବାସୀ ପୁଲିସ୍କୁ ଖବର ଦେଇଥିଲେ।
ଚୌଦ୍ୱାର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଖାକୁ ଖୋଲିବାରୁ ସେଥିରୁ ଏକ ମୃତଦେହ ମିଳିଥିଲା। ମୃତକଙ୍କ ବୟସ ୫୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ତାଙ୍କ ହାତଗୋଡ ବାନ୍ଧା ହୋଇଥିବା ଜଣାପଡ଼ିଛି। ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନଥିବା ବେଳେ ତାଙ୍କୁ କେହି ହତ୍ୟାକରି ଜରିଅଖାରେ ଗୁଡାଇ ରାସ୍ତା କଡରେ ଫିଙ୍ଗି ଚାଲିଯାଇଥିବା ପ୍ରାଥମିକ ତଦନ୍ତରୁ ପୁଲିସ୍ ସନ୍ଦେହ କରୁଛି। ଏନେଇ ଘଟଣାର ଅଧିକ ତଦନ୍ତ କରୁଛି ଚୌଦ୍ୱାର ପୁଲିସ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।