ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଅବକାରୀ କର୍ମଚାରୀଙ୍କ ହାବୁଡ଼ରେ ପଡ଼ିଯିବା ଡରରେ ଗତକାଲି ନଦୀକୁ ଡେଇଁ ନିଖୋଜ ହୋଇଯାଇଥିବା ଯୁବକଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହେଲା। ମୃତ ଯୁବକଜଣକ ହେଲେ ସପନ ମାଝୀ । ତାଙ୍କ ଘର ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗ ଗାଁରେ ।
ସୂଚନା ମୁତାବକ, ଗତକାଲି ସନ୍ଧ୍ୟାରେ ୪ ଜଣ ଦେଶୀ ମଦ ବ୍ୟବସାୟୀ ବାଇକ୍ରେ ମଦ ନେଇ ଯାଉଥିବା ଅବକାରୀ ବିଭାଗ ଖବର ପାଇଥିଲା। ଏହାପରେ ବିଭାଗୀୟ କର୍ମଚାରୀ ସେମାନଙ୍କ ପିଛା କରି ୩ ଜଣଙ୍କୁ କାବୁ କରିଥିଲେ। ହେଲେ ସପନ ମାଝି ଗାଡ଼ି ରଖି ନିକଟରେ ଥିବା କଣ୍ଟିଆଚିରା ନଦୀକୁ ଡେଇଁ ପଡ଼ିଥିଲେ।
ଗତକାଲି ଦମକଳ ବାହିନୀ ଓ ଓଡ୍ରାଫ ଟିମ୍ ବହୁ ଖୋଜାଖୋଜି ପରେ ବି ନିଖୋଜ ଯୁବକର ପତ୍ତା ପାଇ ନ ଥିଲେ। ଆଜି ସକାଳେ ପୁଣି ଥରେ ଖୋଜାଖୋଜି ଆରମ୍ଭ ହେବା ପରେ ତାଙ୍କ ମୃତଦେହ ମିଳିଛି । ଘଟଣା ସମ୍ପର୍କରେ ଅବକାରୀ ବିଭାଗ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Science & Environment
ପଶ୍ଚିମବଙ୍ଗରୁ ଫେରିବ ବାଘୁଣୀ ଜିନ୍ନତ; କରାଯିବ ଟ୍ରାଙ୍କୁଲାଇଜ୍
ବାଘୁଣୀକୁ ଫେରାଇ ଆଣିବା ଲାଗି ଟ୍ରାଙ୍କୁଲାଇଜ୍ କରିବାକୁ ଯୋଜନା ଚାଲିଥିବା ଆରସିସିଏଫ କହିଛନ୍ତି।