ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ଆଜି ସତୀଗୁଡ଼ା ଡ୍ୟାମରୁ ଉଦ୍ଧାର ହୋଇଛି।
ଗତକାଲି ସନ୍ଧ୍ୟାରେ ଅଫିସ୍ରୁ ଘରକୁ ଫେରୁଥିବେ ବେଳେ ଦେବନାରାୟଣ ନିଖୋଜ ହୋଇଯାଇଥିଲେ। ଏନେଇ ପରିବାର ଲୋକେ ମାଲକାନଗିରି ଥାନାରେ ଏତଲା ଦେଇଥିଲେ। ଏହାପରେ ଆଜି ସତୀଗୁଡା ଡ୍ୟାମ୍ ନିକଟରୁ ତାଙ୍କ ବାଇକ୍ ଓ ହେଲମେଟ୍ ମିଳିଥିଲା। ପୁଲିସ୍ ଓ ଅଗ୍ନିଶମ କର୍ମଚାରୀ ଖୋଜାଖୋଜି କରି ଡ୍ୟାମ୍ରୁ ତାଙ୍କ ମୃତଦେହ ଉଦ୍ଧାର କରିଥିବା ସୂଚନା ମିଳିଛି।
କିପରି ଓ କେଉଁ ପରିସ୍ଥିତିରେ ଦେବନାରାୟଣଙ୍କ ମୃତ୍ୟୁ ଘଟିଲା, ତାହା ଏବେ ସନ୍ଦେହ ଘେରରେ ରହିଛି। ଆଜି ସକାଳେ ମାଲକାନଗିରି ଜିଲ୍ଲାପାଳ ନିଖୋଜ ଦେବନାରାୟଣଙ୍କ ପରିବାରବର୍ଗଙ୍କୁ ଭେଟି ସାନ୍ତ୍ୱନା ଜଣାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
Miscellaneous
୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।