ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧା ବିଗ୍ରହ। ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ବିଧି ମୁତାବକ କାଳିଆ ଠାକୁର ୩୫, ବଡ଼ ଠାକରୁ ୩୩, ଦେବୀ ସୁଭଦ୍ରା ୨୨ ଓ ସୁଦର୍ଶନ ୧୮ ଗରା ଜଳରେ ସ୍ନାନ କରିବେ। ପରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ବର୍ତ୍ତମାନ ଶ୍ରୀଜିଉଙ୍କ ଧାଡ଼ି ପହଣ୍ଡି ଚାଲିଛି। ଖବର ଲଖାଯିବା ସୁଦ୍ଧା ମହାପ୍ରଭୁ ବଳଭଦ୍ର ଓ ଜଗନ୍ନାଥ ସ୍ନାନ ମଣ୍ଡପକୁ ବିଜେ କରିଛନ୍ତି।

(image) ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦିବ୍ୟ ସ୍ନାନ ପରେ ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ ହାତୀବେଶ ଏବଂ ସଂଧ୍ୟା ୭ଟା ୩୦ରୁ ୯ଟା ୩୦ ଯାଏଁ ସାହାଣମେଲା ଦର୍ଶନ ହେବ। ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ୪୨ ପ୍ଳାଟୁନ୍ ଫୋର୍ସ ମୁତୟନର ବ୍ୟବସ୍ଥା ହୋଇଛି।

(image)

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।