ନୂଆଦିଲ୍ଲୀ: ଓଡ଼ିଆ ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କୁ ମିଳିଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ହିନ୍ଦୀ ଫିଲ୍ମ ‘କଡ଼ୱି ହାୱା’ ପାଇଁ ନୀଳମାଧବ ଆଜି ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ସେହିପରି ପ୍ରଯୋଜକ ଅକ୍ଷୟ ପରିଜା ମଧ୍ୟ ଏହି ସିନେମା ପାଇଁ ପୁରସ୍କୃତ ହୋଇଛନ୍ତି। ଅନ୍ୟ ଓଡିଆ ଭାବେ ଲିପିକା ସିଂ ଦରାଇ ନନ୍ ଫିଚର ଫିଲ୍ମ କାଟାଗୋରିରେ ଶ୍ରେଷ୍ଠ ଶିକ୍ଷାଭିତ୍ତିକ ଫିଲ୍ମ ‘ଦ ଓ୍ୱାଟର ଫଲ୍’ ପାଇଁ ପୁରସ୍କୃତ ହୋଇଛନ୍ତି। ସେହିପରି ଶିବୁ ପୃଷ୍ଟି ଓ ଶଙ୍ଖଜିତ୍ ଦେ ଶ୍ରେଷ୍ଠ କଳା ଓ ସଂସ୍କୃତି ଶ୍ରେଣୀରେ ‘ଦ-ଲର୍ଡ-ଅଫ୍ ୟୁନିଭର୍ସ’ ଫିଲ୍ମ ପାଇଁ ପୁରସ୍କୃତ ହୋଇଛନ୍ତି।
ସୋନମ କପୁର ଅଭିନୀତ ଫିଲ୍ମ ନିରଜାକୁ ମିଳିଛି ଶ୍ରେଷ୍ଠ ହିନ୍ଦୀ ଫିଲ୍ମ ପୁରସ୍କାର। ଅମିତାଭ ବଚ୍ଚନ ଅଭିନୀତ ‘ପିଙ୍କ୍’ ସାମାଜିକ ବିଭାଗରେ ଶ୍ରେଷ୍ଠ ଫିଲ୍ମ ଭାବେ ପୁରସ୍କୃତ ହୋଇଛି। ରୁସ୍ତମ ପାଇଁ ଅକ୍ଷୟ କୁମାର ପାଇଛନ୍ତି ଶ୍ରେଷ୍ଠ ଅଭିନେତା ପୁରସ୍କାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।