ରାଉରକେଲା ( ସତ୍ୟାନନ୍ଦ ମହାନ୍ତି) : କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତି ଓ ୱେଜ ବୋର୍ଡ ନୀତିକୁ ବିରୋଧ କରି ସିଆଇଟିୟୁ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏନେଇ ସିଆଇଟିୟୁ ସଦସ୍ୟମାନେ ଦଳୀୟ ପତାକା ଧରି ସ୍ଲୋଗାନ ଦେଇଥିଲେ । କେନ୍ଦ୍ର ସରକାର ଯଦି ନିୟମ ପରିବର୍ତ୍ତନ ନ କରନ୍ତି ତେବେ ଆଗାମୀ ଦିନରେ କଡା ବିରୋଧ କରାଯିବ ବୋଲି ସିଆଇଟିୟୁ ପକ୍ଷରୁ କୁହାଯାଇଛି।
ସିଆଇଟିୟୁର ରାଷ୍ଟ୍ରୀୟ ଉପସଭାପତି ବିଷ୍ଣୁ ମହାନ୍ତି କହିଛନ୍ତି,“ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ, ଇଏସ୍ଆଇ, ଇପିଏଫ୍ ଆକ୍ଟ ସମେତ ୧୩ ଟି ଆଇନରେ କେନ୍ଦ୍ର ସରକାର ପରିବର୍ତ୍ତନ ଆଣିଛନ୍ତି। ଏହା ବିରୋଧରେ ସମଗ୍ର ଦେଶରେ ଶ୍ରମିକମାନେ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି।
କେନ୍ଦ୍ର ସରକାର ଚାରୋଟି କୋଡ୍ରେ ଥିବା ୪୪ଟି ଆଇନରେ ପରିବର୍ତ୍ତନ ଆଣିବାକୁ ଚାହୁଁଛନ୍ତି। ଏହା ବିରୋଧରେ ଆମେ ଆନ୍ଦୋଳନ ଜାରି ରଖିବୁ। ମୋଦି ସରକାରଙ୍କ ଏହି ଶ୍ରମିକ ବିରୋଧି ପଦକ୍ଷେପ ବିରୋଧ କରିବାକୁ ସମସ୍ତଙ୍କୁ ଅବଗତ କରାଉଛୁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।